ଗଣନା ପୁସ୍ତକ 17:5 - ପବିତ୍ର ବାଇବଲ5 ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା। Gade chapit laଓଡିଆ ବାଇବେଲ5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।” Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।