Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:1 - ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ଵ-ପଦଘଟିତ ଅପରାଧ ବହିବ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।

Gade chapit la Kopi




ଗଣନା ପୁସ୍ତକ 18:1
22 Referans Kwoze  

ଏହା ହାରୋଣର କପାଳ ଉପରେ ରହିବ। ଇସ୍ରାଏଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାୟୀ ହେବ। ଏହା ସର୍ବଦା ତା'ର କପାଳରେ ରହିବ, ଯାହା ଫଳରେ ସେହି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀୟ ହେବ।


ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।


ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ।


ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।


ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।


ଯେକେହି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ’ଣ ସତ୍ୟ ଆମ୍ଭେ ସମସ୍ତେ ପ୍ରାଣ ଛାଡ଼ି ବିନଷ୍ଟ ହେବା?”


ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖର ନିୟମ ତମ୍ବୁରେ ସମସ୍ତ ସହଯୋଗୀମାନଙ୍କୁ ରଖିଲେ।


ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ।


ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା'ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’


“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।


“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦେଇଛନ୍ତି।


ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”


“ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲେବୀ ସନ୍ତାନଗଣଙ୍କୁ ସାହାଯ୍ୟ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ’ଣ ତୁମ୍ଭମାନଙ୍କ ପକ୍ଷରେ କ୍ଷୁଦ୍ର କଥା? ଆଉ ତୁମ୍ଭେମାନେ ଯାଜକ ହେବାକୁ ଚେଷ୍ଟା କରୁଛ?


“ଇସ୍ରାଏଲର ଲୋକମାନଙ୍କ ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ୟାମାନଙ୍କୁ ଅନନ୍ତକାଳୀନ ଅଧିକାରାର୍ଥେ ଦେଲୁ। ତୁମ୍ଭ ପରିବାରର ପ୍ରତ୍ୟେକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରି ପାରିବେ।


ସେ ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀ ପରିବାରବର୍ଗଙ୍କୁ ପୃଥକ କରିଛନ୍ତି।


ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା।


“ଆଉ ତୁମ୍ଭେ ତୁମ୍ଭର ବାମପାର୍ଶ୍ୱ ହୋଇ ପଡ଼ି ରହିବ। ଏହା ଦେଖାଯାଏ ଯେ, ତୁମ୍ଭେ ନିଜେ ଇସ୍ରାଏଲ ଲୋକମାନଙ୍କର ପାପ ବୋହିଛ। ଯେତେଦିନ ପର୍ଯ୍ୟନ୍ତ ତୁମ୍ଭେ ବାମପାର୍ଶ୍ୱ ହୋଇ ଅପରାଧ ପଡ଼ି ରହିବ,


Swiv nou:

Piblisite


Piblisite