Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:10 - ପବିତ୍ର ବାଇବଲ

10 “ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। “ଏହି ବିଧି ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶରେ ଜନ୍ମିତ ଅଧିବାସୀମାନଙ୍କ ନିମନ୍ତେ ଲାଗୁ ହେବ। ଏହି ନିୟମ ଚିରସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi




ଗଣନା ପୁସ୍ତକ 19:10
10 Referans Kwoze  

ଏହି ନୂତନ ଜୀବନରେ ଯିହୂଦୀ ଓ ଅଣଯିହୂଦୀମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍କୁଥୀୟମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ୱାଧୀନ ଭିତରେ ମଧ୍ୟ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠାରେ ଅଛନ୍ତି। ଯାହା ମହତ୍ତ୍ୱପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।


“ତତ୍ପରେ ସେହି ଶୁଚିମନ୍ତ ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ସେହି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନରେ ସେହି ବ୍ୟକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ୟା ସମୟରେ ସେ ଶୁଚି ହେବ।


ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”


ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଯେଉଁ ଲୋକ ସେଗୁଡ଼ିକୁ ଦ‌‌‌‌ଗ୍‌‌‌‌ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳରେ ଭଲ ଭାଗରେ ଧୋଇବ ଏବଂ ତା'ପରେ କେବଳ ସେ ଛାଉଣିରେ ପ୍ରବେଶ କରିବ।


ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ। ଆଉ ଯେକେହି ସେହି ଅଶୌଗ୍ଭର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେକେହି ସେହି ଅଶୌଗ୍ଭର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite