Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:28 - ପବିତ୍ର ବାଇବଲ

28 ମୋଶା ହାରୋଣଙ୍କ ପବିତ୍ର ବସ୍ତ୍ର କାଢ଼ିଲେ ଓ ସେଗୁଡ଼ିକ ଇଲିୟାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ। ମୋଶା ଓ ଇଲିୟାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।

Gade chapit la Kopi




ଗଣନା ପୁସ୍ତକ 20:28
22 Referans Kwoze  

ଏହା ପରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟାକନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ। ପୁଣି ତାଙ୍କର ପୁତ୍ର ଇଲିୟାସର ତାଙ୍କ ପଦରେ ଯାଜକ କର୍ମ କଲା।


ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।


ଏହା ପରେ ଦାଉଦ, ତାଙ୍କର ପୁତ୍ର ଶଲୋମନଙ୍କୁ ସାହାଯ୍ୟ କରିବା ପାଇଁ ଇସ୍ରାଏଲର ସମସ୍ତ ନେତାଙ୍କୁ ଆଦେଶ ଦେଲେ।


ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ।


ତେଣୁ ସଦାପ୍ରଭୁଙ୍କର ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।


ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା'ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”


ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶା, ହାରୋଣ ଓ ଇଲିୟାସର ଇସ୍ରାଏଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖରେ ହୋର ପର୍ବତକୁ ଉଠିଲେ।


ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ୟ ତୁମ୍ଭେ ମଧ୍ୟ ତୁମ୍ଭ ପୂର୍ବପୁରୁଷଗଣ ନିକଟକୁ ଯିବ।


ହାରୋଣ ଇଲୀଶେବାକୁ ବିବାହ କଲେ। ଇଲୀଶେବା ଥିଲେ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିୟାସର ଓ ଈଥାମରକୁ ପ୍ରସବ କଲା।


ଇସ୍ରାଏଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦେବେ। ଯେତେବେଳେ ଇସ୍ରାଏଲର ଲୋକମାନେ ସେହିସବୁ ନୈବେଦ୍ୟ ଦେବେ ସେହି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସେମାନେ ଯାଜକକୁ ଯେତେବେଳେ ଏହିସବୁ ଅଂଶ ଦେବେ, ଏହା ଯାଜକମାନଙ୍କ ଦ୍ୱାରା ଗ୍ରହଣ କରାଯିବ।


ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।


ତତ୍ପରେ ସେମାନେ ହ‌ଶ୍‌ମୋନାରୁ ଯାତ୍ରା କରି ମଷେରୋତରେ ଛାଉଣି ସ୍ଥାପନ କଲେ।


ହାରୋଣର ପୁତ୍ର, ଇଲିୟାସର ମଲେ, ଓ ଇଫ୍ରୟିମର ପାର୍ବତ୍ୟମୟ ଦେଶର ଗିବିୟାଠାରେ ତାଙ୍କୁ କବର ଦିଆଗଲା। ତାଙ୍କର ପୁତ୍ର ପୀନହ‌ସ୍‌କୁ ଗିବିୟୋନ ଦିଆଗଲା।


Swiv nou:

Piblisite


Piblisite