Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:4 - ପବିତ୍ର ବାଇବଲ

4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଗ୍ଭହୁଁଛ ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏଠାରେ ମରିବୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?

Gade chapit la Kopi




ଗଣନା ପୁସ୍ତକ 20:4
13 Referans Kwoze  

କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୃଷାର୍ତ୍ତ ଥିଲେ। ତେଣୁ ସେମାନେ ମୋଶାଙ୍କୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ’ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠାରେ ମରିବା ପାଇଁ?”


“ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ।


ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।


ତା’ ପରଦିନ ଇସ୍ରାଏଲ ସମସ୍ତ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ ଯେ, “ସେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ୟା କଲେ।”


ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ।


ଲୋକମାନେ କହିଲେ, “ଏହା ବହୁତ ଭଲ ହୋଇଥା’ନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରେ ହତ୍ୟା କରିଥା’ନ୍ତେ। ସେଠାରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ୟକ ପରିମାଣର ଖାଦ୍ୟ ସେଠାରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠାରେ ଆମ୍ଭକୁ ଭୋକରେ ମାରିବାକୁ ଗ୍ଭହଁ କି?”


ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”


ପୁଣି ଇସ୍ରାଏଲ ଲୋକମାନେ ସମସ୍ତେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ ଅଭିଯୋଗ କଲେ, “ଯଦି ଆମ୍ଭେମାନେ ସେହି ମିଶର ଦେଶରେ କିମ୍ବା ମରୁଭୂମିରେ ମରିଯାଇଥା’ନ୍ତୁ, ତେବେ ଭଲ ହୋଇଥା’ନ୍ତା।


ଯେତେବେଳେ ଇସ୍ରାଏଲର ଲୋକମାନେ ମିଶର ପରିତ୍ୟାଗ କଲେ, ସେମାନେ ମରୁଭୂମିକୁ ଗଲେ। ଇସ୍ରାଏଲୀୟମାନେ ସୂଫସାଗରକୁ ଗଲେ ଓ ତା'ପରେ କାଦେଶକୁ ଗଲେ।


ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?‌’”


Swiv nou:

Piblisite


Piblisite