Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:11 - ପବିତ୍ର ବାଇବଲ

11 ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସେମାନଙ୍କର ସଂଖ୍ୟା ଏତେ ଅଧିକ ଯେ ସେମାନେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମୋ’ ତରଫରୁ ସେମାନଙ୍କୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସମର୍ଥ ହେବୁ ଓ ସେମାନଙ୍କୁ ତଡ଼ି ଦେଇ ପାରିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”

Gade chapit la Kopi




ଗଣନା ପୁସ୍ତକ 22:11
8 Referans Kwoze  

ବିଲିୟମ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସି‌ପ୍‌ପୋରର ପୁତ୍ର ବାଲାକ୍ ମୋ’ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।


କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।”


ସବୁ ଲୋକ ତୁମ୍ଭର ସେବା କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା’ର ସନ୍ତାନ ତୁମ୍ଭକୁ ମାନୁ। ଯେ ତୁମ୍ଭକୁ ଅଭିଶାପ ଦିଏ ସେ ଅଭିଶପ୍ତ ହେଉ। ଯେ ତୁମ୍ଭକୁ ଆଶୀର୍ବାଦ କରେ ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’


ଏଥିରେ ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କ’ଣ କଲ? ଆମ୍ଭେ ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଥିଲୁ। ମାତ୍ର ତୁମ୍ଭେ ସେମାନଙ୍କୁ ଆଶୀର୍ବାଦ କଲ।”


ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ।


କିନ୍ତୁ ମୁଁ ସଦାପ୍ରଭୁ ବିଲିୟମର କଥାକୁ ଧ୍ୟାନ ଦେଲି ନାହିଁ। ସେ ତୁମ୍ଭକୁ ବହୁବାର ଆଶୀର୍ବାଦ କଲା। ଏବଂ ମୁଁ ତୁମ୍ଭକୁ ତା'ର ଶକ୍ତି କବଳରୁ ରକ୍ଷା କଲି।


ଗଲିୟାତ ଦାଉଦଙ୍କୁ କହିଲେ, “ମୁଁ କ’ଣ ଗୋଟିଏ କୁକୁର ତୁମ୍ଭେ ମୋ’ ପାଖକୁ ବାଡ଼ି ନେଇ ଆସିଛ।” ତା'ପରେ ଗଲିୟାତ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


Swiv nou:

Piblisite


Piblisite