Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:20 - ପବିତ୍ର ବାଇବଲ

20 ଦେଖ, ସଦାପ୍ରଭୁ ମୋତେ ଆଶୀର୍ବାଦ କରିବାକୁ ଆଜ୍ଞା ଦେଇଛନ୍ତି। ସେ ନିଜେ ମଧ୍ୟ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi

ଓଡିଆ ବାଇବେଲ

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi




ଗଣନା ପୁସ୍ତକ 23:20
12 Referans Kwoze  

କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।”


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ।


“ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ୱର ହୋଇ ରହିବୁ। ଆମ୍ଭେ ଯାହା କରିବୁ କେହି ତାହା ଅନ୍ୟଥା କରି ପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କେହି ହେଲେ ଅନ୍ୟଜଣକୁ ରକ୍ଷା କରି ପାରିବ ନାହିଁ।”


ଏଥିରେ ବିଲିୟମ ବାଲା‌କ୍‌‌ର ଦାସମାନଙ୍କୁ କହିଲେ, “ଯଦି ବାଲାକ୍ ସୁନା, ରୂପାରେ ପରିପୂର୍ଣ୍ଣ ନିଜର ଗୃହକୁ ମୋତେ ଦେଇ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଜ୍ଞା ବାହାରକୁ ଯାଇ ପାରିବି ନାହିଁ।


ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ।


ତହୁଁ ବିଲିୟମ ବାଲାକଙ୍କୁ କହିଲା, “ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ୱର, ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


ଏହା ପରେ ଇ‌ସ୍‌ହାକ ବହୁତ ବ୍ୟସ୍ତ ହେଲେ ଏବଂ କହିଲେ, “ତେବେ ସିଏ କିଏ ଥିଲା, ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶୀର୍ବାଦ କଲି। ବର୍ତ୍ତମାନ ମୋର ଆଶୀର୍ବାଦ ଫେରାଇବା ପାଇଁ ଡେରି ହୋଇଛି।”


ତା'ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।”


ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”


Swiv nou:

Piblisite


Piblisite