ଗଣନା ପୁସ୍ତକ 25:11 - ପବିତ୍ର ବାଇବଲ11 “ପୀନହସ୍ ଯାଜକ ହାରୋଣର ନାତି ଏବଂ ଇଲିୟାସରର ପୁତ୍ର ଇସ୍ରାଏଲର ଲୋକମାନଙ୍କ ଉପରେ କ୍ରୋଧ ଦେଖାଇବା ପାଇଁ ମୋତେ ଅଟକାଇଲେ। ମୋତେ କ୍ରୋଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ୍ ସେଥିରେ ବ୍ୟତିବ୍ୟସ୍ତ ହୋଇଗଲେ। ତେଣୁ ମୁଁ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ହତ୍ୟା କଲି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ଵାଳାରେ ଅନ୍ତର୍ଜ୍ଵାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଇସ୍ରାଏଲ-ସନ୍ତାନଗଣକୁ ନିଃଶେଷ ରୂପେ ସଂହାର କଲୁ ନାହିଁ। Gade chapit laଓଡିଆ ବାଇବେଲ11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।” Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।