Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:9 - ପବିତ୍ର ବାଇବଲ

9 “ଆଉ ବିଶ୍ରାମ ଦିନରେ, ଏକ ବର୍ଷୀୟ ଦୁଇଟି ନିଖୁଣ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ;

Gade chapit la Kopi

ଓଡିଆ ବାଇବେଲ

9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 28:9
12 Referans Kwoze  

ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ଏବଂ ମୁଁ ସେମାନଙ୍କୁ ମୋର ବିଶ୍ରାମ ଦିନ ବିଷୟରେ ସବୁ କହିଲି। ଏହା ମୋର ଓ ସେମାନଙ୍କ ମଧ୍ୟରେ ଚୁକ୍ତିର ଚିହ୍ନ ସ୍ୱରୂପ ଯେଉଁଥିପାଇଁ ସେମାନେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସେମାନଙ୍କୁ ପବିତ୍ର କଲି।


ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।


ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ।


ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।


ମୋଶା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ଶଲୋମନ ସେହି ପ୍ରକାରେ ପ୍ରତ୍ୟେକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ୟା ଉତ୍ସବ ଓ ତ୍ରୟବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରୟବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ୟ ରୋଟୀର ପର୍ବ, ସପ୍ତାହବ୍ୟାପି ପର୍ବ ଓ ଆଶ୍ରୟଦାୟକ ପର୍ବ।


“ପୁଣି ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିଖୁଣ ଛଅ ଗୋଟି ମେଷଶାବକ ଓ ନିଖୁଣ ଏକ ମେଷ ହେବ।


ଏଥିରେ ତା'ର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ଆଜି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ଯିବ? ଆଜିତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ତହୁଁ ତାଙ୍କ ସ୍ତ୍ରୀ କହିଲା, “ତୁମ୍ଭେ ବ୍ୟସ୍ତ ହୁଅ ନାହିଁ, ସବୁ ଠିକ୍ ହେବ।”


ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି।


Swiv nou:

Piblisite


Piblisite