Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:13 - ପବିତ୍ର ବାଇବଲ

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ରୂପେ ତେରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।

Gade chapit la Kopi




ଗଣନା ପୁସ୍ତକ 29:13
11 Referans Kwoze  

ଏହା ପରେ ସେମାନେ ପତ୍ରକୁଟୀର ପର୍ବ ପାଳନ କଲେ। ସେମାନେ ପ୍ରତିଦିନର ବ୍ୟବସ୍ଥାରେ ଲେଖାଯାଇଥିବା ପ୍ରତ୍ୟେକ ଦିନର ଆବଶ୍ୟକ ସଂଖ୍ୟା ଅନୁସାରେ ସେମାନେ ହୋମବଳି ଉତ୍ସର୍ଗ କଲେ।


“ଆଉ ପ୍ରତିମାସର ପ୍ରଥମ ଦିନରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇଟି ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ବିଶେଷ ହୋମବଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହୋଇ ଥିବେ।


ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ।


ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।


ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହୋମବଳି ରୂପେ ଦୁଇଟି ଷଣ୍ଢ ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ଏକ ବର୍ଷିୟ ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡ଼ିକ ଖୁଣ ନ ଥିବ।


“ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବା ଉଚିତ୍। ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ। ପୁଣି ସାତ ଦିନ ଯାଏ ଉତ୍ସବ ପାଳନ କରିବା ଉଚିତ୍।


ଶସ୍ୟ ନୈବେଦ୍ୟ ରୂପେ ପ୍ରତି ଷଣ୍ଢ ପାଇଁ ଦେଢ଼ ହିନ, ପ୍ରତି ଅଣ୍ତିରା ମେଷ ପାଇଁ ଏକ ହିନ,


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


Swiv nou:

Piblisite


Piblisite