Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:17 - ପବିତ୍ର ବାଇବଲ

17 “ଆଉ ଦ୍ୱିତୀୟ ଦିନରେ, ବାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଦ୍ଵିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:17
14 Referans Kwoze  

ପରମେଶ୍ୱର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହୋଇଯାଇଛି, ତାହା ଅତିଶୀଘ୍ର ଲୋପ ପାଇଯିବ।


ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।


କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ।


ପରମେଶ୍ୱର କୁହନ୍ତି, “ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ? ମୁଁ ମେଷର ଓ ହୃଷ୍ଟପୁଷ୍ଟ ଗୋରୁଗାଈର ମେଦର ହୋମବଳି ପ୍ରତି ବିତୃଷ୍ଣା ହୋଇ ଯାଇଛି। ମୁଁ ଆଉ ଷଣ୍ଢ, ମେଷ ଓ ଛାଗମାନଙ୍କର ରକ୍ତ ଗ୍ଭହେଁ ନାହିଁ।


ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ। ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।


ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ରୂପେ ତେରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ସାତ ଦିନ ଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍ ଓ ତୁମ୍ଭେମାନେ ସଦାପ୍ରଭୁଙ୍କ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବା ଉଚିତ୍ ନୁହେଁ।


ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର।


Swiv nou:

Piblisite


Piblisite