ଗଣନା ପୁସ୍ତକ 29:39 - ପବିତ୍ର ବାଇବଲ39 “ତୁମ୍ଭେମାନେ ତୁମ୍ଭମାନଙ୍କର ପର୍ବଦିନରେ ସଦାପ୍ରଭୁଙ୍କୁ ଏହିସବୁ ବଳିଦାନ ଦିଅ। ତୁମ୍ଭମାନଙ୍କ ହୋମବଳି ତୁମ୍ଭମାନଙ୍କ ଶସ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି। ତୁମ୍ଭମାନଙ୍କ ସଂଯୋଗ ବିଶେଷ ପ୍ରତିଜ୍ଞା ନୈବେଦ୍ୟ ଓ ସ୍ୱେଚ୍ଛାମୂଳକ ନୈବେଦ୍ୟ ଉତ୍ସର୍ଗ କର।” Gade chapit laପବିତ୍ର ବାଇବଲ (Re-edited) - (BSI)39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ ଓ ସ୍ଵେଚ୍ଛାଦତ୍ତ ଉପହାର ସମ୍ଵନ୍ଧୀୟ ତୁମ୍ଭମାନଙ୍କ ହୋମବଳି ଓ ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ଛଡ଼ା ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।” Gade chapit la |
ହିଜକିୟ ତାଙ୍କର ନିଜର ପଶୁପଲ ମଧ୍ୟରୁ କେତୋଟିକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ସମୟରେ ହୋମବଳି ଉପହାର ସ୍ୱରୂପେ ବ୍ୟବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶେଷ ଦିନ, ଅମାବାସ୍ୟା ଉତ୍ସବ ଓ ଅନ୍ୟାନ୍ୟ ବିଶେଷ ସଭାମାନଙ୍କରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମରେ ଯେଉଁପରି ଲେଖାଯାଉଥିଲା, ଏହା ସେହିପରି କରାଯାଉଥିଲା।
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।