Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:6 - ପବିତ୍ର ବାଇବଲ

6 ଅମାବାସ୍ୟାରେ ନିତ୍ୟ ହୋମବଳି ସହିତ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 29:6
14 Referans Kwoze  

ଏହା ପରେ ସେମାନେ ପତ୍ରକୁଟୀର ପର୍ବ ପାଳନ କଲେ। ସେମାନେ ପ୍ରତିଦିନର ବ୍ୟବସ୍ଥାରେ ଲେଖାଯାଇଥିବା ପ୍ରତ୍ୟେକ ଦିନର ଆବଶ୍ୟକ ସଂଖ୍ୟା ଅନୁସାରେ ସେମାନେ ହୋମବଳି ଉତ୍ସର୍ଗ କଲେ।


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କ ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ଯଦି ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।


“ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।”


“ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହୋମବଳିର ବ୍ୟବସ୍ଥା ଅଟେ, ହୋମବଳି ସମସ୍ତ ପ୍ରଭାତ ହେବା ପର୍ଯ୍ୟନ୍ତ ଯଜ୍ଞବେଦିର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ୱଳନ୍ତ ରହିବା ଉଚିତ୍।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।


ପୁଣି ତୁମ୍ଭର ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍।


“ଯେଉଁ ଲୋକ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରୁଛି, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ।


Swiv nou:

Piblisite


Piblisite