Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:20 - ପବିତ୍ର ବାଇବଲ

20 ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।

Gade chapit la Kopi




ଗଣନା ପୁସ୍ତକ 3:20
15 Referans Kwoze  

ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।


ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ଲେବୀଙ୍କ ଗୋଷ୍ଠୀଗୁଡ଼ିକର ଏହା ହିଁ ଏକ ତାଲିକା ଅଟେ। ସେମାନଙ୍କ ପିତାଗଣଙ୍କର ନାମାନୁସାରେ ହିଁ ସେମାନଙ୍କର ନାମ ତାଲିକାଭୁକ୍ତ ହୋଇଅଛି।


ଯିଦୂଥୂନଙ୍କ ପରିବାରରୁ: ଗଦଲିୟ, ସରୀ, ଯିଶାୟାହ, ହଶବିୟ ଓ ମତ୍ତଥିୟ। ସେମାନେ ସମୁଦାୟ ଛଅ ଜଣ ଥିଲେ ଯିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ଓ ସଦାପ୍ରଭୁଙ୍କର ଧନ୍ୟବାଦ, ପ୍ରଶଂସା କରିବା ନିମନ୍ତେ ଯିଦୂଥୂନ ବୀଣାଯନ୍ତ୍ରର ବ୍ୟବହାର କରୁଥିଲେ।


ମରାରି ପରିବାରବର୍ଗରୁ 220 ଜଣ ଲୋକ ଆସିଲେ। ଅସାୟ ସେମାନଙ୍କର ନେତା ଥିଲେ।


ଏହିମାନେ ମରାରିଙ୍କ ପୁତ୍ର ଥିଲେ: ମହଲି ମରାରିଙ୍କ ପୁତ୍ର ଥିଲେ। ଲି‌ବ୍‌ନି ମହଲିଙ୍କ ପୁତ୍ର ଥିଲେ।


ମହଲୀୟ ପରିବାରବର୍ଗ ଏବଂ ମୂଶୀୟ ପରିବାରବର୍ଗ ମରାରୀୟଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀୟ ପରିବାର ଅନ୍ତର୍ଭୁକ୍ତ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଗେର୍ଶୋନଠାରୁ ଲି‌ବ୍‌ନି ବଂଶ ଓ ଶିମିୟିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀୟ ବଂଶ।


ଯେଉଁ ଲେବୀୟମାନେ କାର୍ଯ୍ୟ କରିବାକୁ ଆରମ୍ଭ କଲେ, ସେମାନଙ୍କର ତାଲିକା ଏହି: କହାତ୍ ବଂଶର ଅମାସୟଙ୍କ ପୁତ୍ର ମାହତ୍ ଓ ଅସରିୟଙ୍କ ପୁତ୍ର ଯୋୟେଲ ଥିଲେ। ମରାରି ବଂଶଧରର ଅ‌ବ୍‌ଦିଙ୍କ ପୁତ୍ର କୀଶ୍ ଓ ଯିହୋଲିଲେଲଙ୍କ ପୁତ୍ର ଅସରିୟ ଥିଲେ। ଗେର୍ଶୋନ ବଂଶଧରରୁ ସିମ୍ମଙ୍କ ପୁତ୍ର ଯୋୟାହ ଓ ଯୋୟାହଙ୍କ ପୁତ୍ର ଏଦନ୍ ଥିଲେ। ଇଲିଶାଫ‌ନଙ୍କ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଓ ମତ୍ତନିୟ ଥିଲେ। ହେମ‌ନଙ୍କ ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲ୍ ଓ ଶିମିୟି ଥିଲେ। ଯିଦୂଥୂ‌ନଙ୍କ ବଂଶଧରମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୂୟେଲ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ୟରୁ ଶମୟିୟ ଓ ଉଷିୟେଲ ଥିଲେ।


ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି।


ଯାଜକମାନଙ୍କୁ ସେମାନଙ୍କର ସଂଗୃହୀତ ବସ୍ତୁର ଅଂଶ ଦିଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁଯାୟୀ ବଂଶ ଇତିହାସରେ ତାଲିକାଭୁକ୍ତ ହୋଇଛନ୍ତି, ତହିଁନୁଯାୟୀ କରାଯାଉଥିଲା। କୋଡ଼ିଏ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲେବୀୟମାନେ ସେମାନଙ୍କର ସଂଗୃହୀତ ଅଂଶ ପାଉଥିଲେ। ଏହା ସେମାନଙ୍କର ଦାୟିତ୍ୱ ଓ ସେମାନଙ୍କର ଦଳନୁଯାୟୀ ନିରୂପଣ କରାଯାଉଥିଲା।


ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।


Swiv nou:

Piblisite


Piblisite