ଗଣନା ପୁସ୍ତକ 31:23 - ପବିତ୍ର ବାଇବଲ23 ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit laଓଡିଆ ବାଇବେଲ23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”