ଗଣନା ପୁସ୍ତକ 31:30 - ପବିତ୍ର ବାଇବଲ30 ପୁଣି ଇସ୍ରାଏଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁ ମଧ୍ୟରୁ ପ୍ରତି ପଗ୍ଭଶ୍ରୁ ଗୋଟିଏ ଲେଖାଏଁ ନେଇ ଲେବୀୟମାନଙ୍କୁ ଦିଅ। କାରଣ ସେମାନେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ। Gade chapit laଓଡିଆ ବାଇବେଲ30 ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;” Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।