Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:53 - ପବିତ୍ର ବାଇବଲ

53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସେହି ଦେଶ ଦେଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।

Gade chapit la Kopi

ଓଡିଆ ବାଇବେଲ

53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।

Gade chapit la Kopi




ଗଣନା ପୁସ୍ତକ 33:53
16 Referans Kwoze  

କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉ ଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ। ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।


ଏହିପରି ଭାବରେ ସଦାପ୍ରଭୁ ଯେଉଁ ପ୍ରତିଜ୍ଞା କରିଥିଲେ ଇସ୍ରାଏଲୀୟବାସୀଙ୍କ ସମ୍ମୁଖରେ ତାକୁ ପୁରଣ କଲେ। ସେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଥିବା ଜାଗା ସେମାନଙ୍କୁ ଦେଲେ। ଲୋକମାନେ ସେ ଜମିକୁ ନିଜ ଅଧିକାରକୁ ନେଲେ ଓ ସେଠାରେ ବାସ କଲେ।


ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ।


ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’


ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ତୁମ୍ଭେ ମନୁଷ୍ୟମାନଙ୍କ ସଙ୍ଗ ମଧ୍ୟରୁ ବିତାଡ଼ିତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକରରେ ତିନ୍ତିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିବ। ଶେଷରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ୱର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ୟ ଦାନ କରନ୍ତି।


“ଜଣେ ପବିତ୍ର ସ୍ୱର୍ଗଦୂତ ଏହି ଦଣ୍ତ ଘୋଷଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ୟମାନଙ୍କ ଉପରେ ସର୍ବୋପରିସ୍ଥ ପରମେଶ୍ୱର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ୱର ନମ୍ର ଲୋକକୁ ରାଜ୍ୟ ଶାସନ ପାଇଁ ନିଯୁକ୍ତ କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।


ସ୍ୱର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।


“ଯଦି ତୁମ୍ଭେମାନେ ‘ସେହି ଦେଶକୁ ତୁମ୍ଭମାନଙ୍କଠାରୁ ବଳଶାଳି ବୋଲି ବିବେଚନା କର, ତେବେ ତୁମ୍ଭେମାନେ ନିଜେ ଚିନ୍ତା କରିପାର ଆମ୍ଭେ କିପରି ସେମାନଙ୍କୁ ତଡ଼ି ଦେବା? ତଥାପି ତୁମ୍ଭେ ସେମାନଙ୍କୁ ଭୟ କରିବ ନାହିଁ।’


“ତୁମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶମଧ୍ୟକୁ ପ୍ରବେଶ କରିବ। ତୁମ୍ଭେମାନେ ସେଠାରେ ବାସ କରିବ। ଏହା ପରେ ତୁମ୍ଭେମାନେ ଏପରି କହିବ ଯେ, ‘ଅନ୍ୟ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କରିବା।’


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।


ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”


“ସେହି ସମୟରେ ମୁଁ ସେହି ଗୋଷ୍ଠୀୟମାନଙ୍କୁ ନିର୍ଦ୍ଦେଶ ଦେଇ କହିଲି: ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ଯର୍ଦ୍ଦନ କୂଳସ୍ଥ ଦେଶ ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ ବୀର ଗୋଷ୍ଠୀୟମାନେ ସୂସଜ୍ଜ ହୋଇ ତୁମ୍ଭମାନଙ୍କ ଭାଇମାନଙ୍କର ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


“ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି।


Swiv nou:

Piblisite


Piblisite