Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:12 - ପବିତ୍ର ବାଇବଲ

12 ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ମୃତ ସମୁଦ୍ର ନିକଟରେ ଶେଷ ହେବ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”

Gade chapit la Kopi




ଗଣନା ପୁସ୍ତକ 34:12
10 Referans Kwoze  

ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।


ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।


ସେହି ସୀମା ଶଫାମ୍‌ଠାରୁ ଐନନ ପୂର୍ବଦିଗ ଆଡ଼କୁ ଶେଷରେ ରି‌ବ୍‌ଲାର ପାଦଭୂମି ପର୍ଯ୍ୟନ୍ତ ଯିବ ଏବଂ ପୂର୍ବରେ ଏହା ଗାଲିଲୀ ହ୍ରଦ ପର୍ଯ୍ୟନ୍ତ ବିସ୍ତୃତ ହେବ।


ତେଣୁ ମୋଶା ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦେବାକୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଯାହାକୁ ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


“ମୁଁ ସୂଫସାଗରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିର୍ଦ୍ଧାରଣ କରିବି। ପଲେଷ୍ଟୀୟମାନଙ୍କର ସମୁଦ୍ର ତୁମ୍ଭର ପଶ୍ଚିମ ସୀମାରେ ଏବଂ ଆରବ ମରୁଭୂମି ପୂର୍ବ ସୀମାରେ ରହିବ। କାରଣ ମୁଁ ସେହି ଲୋକମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ଏବଂ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି।


ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଯାଏ ଥିଲା। ଉତ୍ତର ସୀମା ଯର୍ଦ୍ଦନ ପ୍ରାନ୍ତରରେ ସମୁଦ୍ରର ଅଖାତଠାରୁ ଥିଲା।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଇସ୍ରାଏଲର ବଂଶର ଦ୍ୱାଦଶ ଗୋଷ୍ଠୀ ମଧ୍ୟରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି। ଯୋଷେଫ ଦୁଇ ଭାଗ ପାଇବ।


Swiv nou:

Piblisite


Piblisite