Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:19 - ପବିତ୍ର ବାଇବଲ

19 ସେହି ଅଧିପତିଗଣଙ୍କର ନାମ ଏହି: ଯିହୁଦା ଗୋଷ୍ଠୀବର୍ଗରୁ ଯିଫୁନ୍ନିର ପୁତ୍ର କାଲେବ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,

Gade chapit la Kopi




ଗଣନା ପୁସ୍ତକ 34:19
15 Referans Kwoze  

କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।


କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।”


ଯିହୁଦାଙ୍କ ପ୍ରତି ଆଶୀର୍ବାଦ ଏହି, “ହେ ସଦାପ୍ରଭୁ, ଯିହୁଦା ଯେତେବେଳେ ସାହାଯ୍ୟ ପ୍ରାର୍ଥନା କରିବ ତାଙ୍କୁ ସାହାଯ୍ୟ କର। ତା'ର ନିଜ ଲୋକଙ୍କ ନିକଟକୁ ତାଙ୍କୁ ଆଣ। ତାଙ୍କୁ ଶକ୍ତିଶାଳୀ କରାଅ ଏବଂ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ସାହାଯ୍ୟ କର।”


ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।


ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ।


ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।


ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ନିଜ ନିଜ ବସ୍ତ୍ର ଚିରିଲେ।


ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।


ଯିହୁଦା ଗୋଷ୍ଠୀବର୍ଗ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍।


ପୁଣି ତୁମ୍ଭେମାନେ ଦେଶ ଭାଗ କରିବା ନିମନ୍ତେ ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନେତୃବର୍ଗ ବାଛିବ।


କେବଳ ଯିଫୁନ୍ନିର ପୁତ୍ର କାଲେବ୍ ସେହି ଦେଶକୁ ଦେଖିବ। ମୁଁ କାଲେ‌ବ୍‌କୁ ସେହି ଦେଶ ଦେବି, ଯେଉଁ ଦେଶ ଦେଇ ସେ ଗଲା। ତାଙ୍କର ଭବିଷ୍ୟଦ୍ ବଂଶଧରମାନେ ମଧ୍ୟ ତାହା ପାଇବେ। କାରଣ କାଲେ‌ବ୍‌ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣଭାବରେ ଅନୁସରଣ କରୁଛନ୍ତି।’


ଗିଲିୟଦ ଓ ମନଃଶି ମୋର ହେବେ। ଇଫ୍ରୟିମ ମୋର ଶିରସ୍ତ୍ରାଣ ହେବ। ଯିହୁଦା ମୋର ରାଜଦଣ୍ଡ ହେବ।


ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


ସେହି ପ୍ରଧାନମାନଙ୍କର ନାମ ଏହି: ରୁବେନ୍ ଗୋଷ୍ଠୀବର୍ଗ ମଧ୍ୟରୁ ସ‌କ୍‌‌କୁରର ପୁତ୍ର ଶମ୍ମୂୟ।


Swiv nou:

Piblisite


Piblisite