Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:15 - ପବିତ୍ର ବାଇବଲ

15 ତେବେ ସେହି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥିରେ ସଂଯୋଗ କରିବ ନାହିଁ, କାରଣ ତାହା ଈର୍ଷାର ଶସ୍ୟ ନୈବେଦ୍ୟ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ-ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।

Gade chapit la Kopi

ଓଡିଆ ବାଇବେଲ

15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।

Gade chapit la Kopi




ଗଣନା ପୁସ୍ତକ 5:15
9 Referans Kwoze  

ପୁଣି କେବେହେଲେ ଇସ୍ରାଏଲ ମିଶର ଉପରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସେମାନଙ୍କର ଦୋଷ ମନେ ପକାଇ ଦେବ, ଯେତେବେଳେ ସେମାନେ ସେମାନଙ୍କର ସାହାଯ୍ୟ ପାଇଁ ମିଶର ଆଡ଼କୁ ବୁଲିବେ, ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।”


ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”


“ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ।


ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ।


ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରୌପ୍ୟ ଓ ଏକ ହୋମର ବାର୍ଲି ଦେଇ କିଣିଲି।


“ଆଉ କେହି ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଶସ୍ୟ ନୈବେଦ୍ୟ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦାରେ ନୈବେଦ୍ୟ ହେବ। ପୁଣି ସେଥିରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।


“ତା'ପରେ ଯାଜକ ସେ ସ୍ତ୍ରୀଲୋକକୁ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା କରାଇବ।


ଇସ୍ରାଏଲର ଲୋକମାନଙ୍କ ସମସ୍ତ ଅର୍ଥହୀନ ବୋଲି ବିଗ୍ଭର କରାଯିବ, କାରଣ ସେମାନଙ୍କର ପ୍ରତିଜ୍ଞାଗୁଡ଼ିକ ଅଛି, ଯାହା ସେମାନେ କଲେ। କିନ୍ତୁ ସଦାପ୍ରଭୁ ସେମାନଙ୍କର ପାପକୁ ସ୍ମରଣ କରିବେ ଓ ତା'ପରେ ସେମାନେ ଧରାଯିବେ।”


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ।


Swiv nou:

Piblisite


Piblisite