Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:22 - ପବିତ୍ର ବାଇବଲ

22 ତହିଁରେ ‘ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ଯିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡ଼ିଯିବାର କାରଣ ହେବ’ ଏବଂ ସେହି ସ୍ତ୍ରୀ କହିବ ‘ଆମେନ୍! ଆମେନ୍!’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଏହି ଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ଵାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ (ଏପରି ହେଉ) କହିବ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

Gade chapit la Kopi




ଗଣନା ପୁସ୍ତକ 5:22
16 Referans Kwoze  

ଅଭିଶାପ ତା'ର ବସ୍ତ୍ର ହେଉ। ଅଭିଶାପ ସେ ପିଉଥିବା ପାଣି ହେଉ। ଅଭିଶାପ ତା'ର ଶରୀରର ତୈଳ ହେଉ।


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଶ୍ଚୟ ମନୁଷ୍ୟପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନ କରିବ, ତେବେ ତୁମ୍ଭ ଭିତରେ ପ୍ରକୃତ ଜୀବନ ନାହିଁ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”


ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।” ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା।


ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।


ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍! ଆମେନ୍!


ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।


ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ। ଆମେନ୍, ଆମେନ୍।


ଯେବେ ସେହି ସ୍ତ୍ରୀ ଭ୍ରଷ୍ଟ ଚରିତ୍ର ଏବଂ ତା'ର ସ୍ୱାମୀ ପ୍ରତି ଅବିଶ୍ୱସ୍ତ ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ଯନ୍ତ୍ରଣା ଦେବ। ତାହାର ପ୍ରଜନନ ଅଙ୍ଗ ଫୁଲିବ ଏବଂ ଓହଳି ପଡ଼ିବ। ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ୱରୂପ ହେବ।


“ତା'ପରେ ଯାଜକ ସେହି ଅଭିଶାପଗୁଡ଼ିକ ଏକ ନଳାକାର ପୁସ୍ତକରେ ଲେଖିବ ଏବଂ ସେହି ଶାପଗୁଡ଼ିକ ପାଣିରେ ଧୋଇଦେବ।


Swiv nou:

Piblisite


Piblisite