Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:8 - ପବିତ୍ର ବାଇବଲ

8 ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦେବା କଥା ସେ ଯଦି ମୃତ ହୋଇଥାଏ ଓ ତାହାର ଜ୍ଞାତିରେ କେହି ନ ଥା’ନ୍ତି, ତେବେ ସେ ସଦାପ୍ରଭୁଙ୍କୁ ପରିଶୋଧ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦେବ, ତାହା ଯାଜକର ହେବ ଓ ତାହା ସହିତ ସେହି ମନୁଷ୍ୟ ତା'ର ପ୍ରାୟଶ୍ଚିତ ପାଇଁ ଏକ ମେଷ ବଳି ଉସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯେବେ ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ଛଡ଼ା ଯଦ୍ଦ୍ଵାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।

Gade chapit la Kopi




ଗଣନା ପୁସ୍ତକ 5:8
8 Referans Kwoze  

ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ୟ ସେହିପରି। ଯେଉଁ ଯାଜକ ସେହି ପ୍ରାୟଶ୍ଚିତ କରେ, ତାହା ତାଙ୍କର ହେବ। ଦୁଇଟିର ବ୍ୟବସ୍ଥା ଏକ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ପାପ କରିଅଛି ତାହା ପରିଶୋଧ କରିବ। ଏହା ବ୍ୟତୀତ ଏକ ପଞ୍ଚମାଂଶ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ନୈବେଦ୍ୟ ଦ୍ୱାରା ତା’ ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ସେ କ୍ଷମା ପ୍ରାପ୍ତ ହେବ।


ସେ ଯେଉଁଥିପାଇଁ ଗୋଟିଏ ମିଥ୍ୟା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସମ୍ପୂର୍ଣ୍ଣ ଫେରାଇ ଦେବା ଉଚିତ୍। ଏସବୁ ସେ କରିବ ଯେଉଁ ଦିନ ସେ ଦୋଷୀ ବୋଲି ସାବ୍ୟସ୍ତ ହେବ ଓ ସେହି ଦିନ ସେ ଗ୍ରହିତାକୁ ଦ୍ରବ୍ୟ ଦେବ।


ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ।


“ଇସ୍ରାଏଲ ଲୋକମାନେ ନିଜ ନିଜ ପବିତ୍ର-ବସ୍ତୁ ମଧ୍ୟରୁ ଯାହା ଯାହା ଉପହାର ଯାଜକ ନିକଟକୁ ଆଣନ୍ତି, ତାହା ସବୁ ତାହାର ହେବ।


କୌଣସି ଦୋଷ ପାଇଁ ଓ ପାପ ପାଇଁ ଉତ୍ସର୍ଗୀକୃତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣରେ ବ୍ୟବହୃତ ହେଲା ନାହିଁ। ତାହା ଯାଜକମାନଙ୍କର ହେଲା।


Swiv nou:

Piblisite


Piblisite