Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:20 - ପବିତ୍ର ବାଇବଲ

20 ତା'ପରେ ଯାଜକ ଦୋଳନୀୟ ନୈବେଦ୍ୟ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେକିବ, ସେହି ଛାତି ଓ ଗୋଡ଼ ନୈବେଦ୍ୟ ଯାଜକ ପାଇଁ ଏକ ପବିତ୍ର ଉପହାର ଅଟେ। ତା'ପରେ ସେହି ନାସରୀୟ ବ୍ରତ କରିଥିବା ବ୍ୟକ୍ତି ଦ୍ରାକ୍ଷାରସ ପାନ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।

Gade chapit la Kopi




ଗଣନା ପୁସ୍ତକ 6:20
24 Referans Kwoze  

ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


“ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ।


ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।


ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”


ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”


ଇଫ୍ରୟିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ୟଟି ପରି ଖୁସୀ ହେବେ। ସେମାନଙ୍କର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସେମାନଙ୍କର ହୃଦୟ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।


ପ୍ରତ୍ୟେକ ଜିନିଷ ଉତ୍ତମ ଓ ସୁନ୍ଦର ହେବ। ଶସ୍ୟ ଏବଂ ନୂତନ ଦ୍ରାକ୍ଷାରସ ଯୁବକ ଯୁବତୀଙ୍କର ବଳ ବଢ଼ାଇବ।


ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ। ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ। ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ, ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ।


ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ସେତେବେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦେବେ। ସେହି ଭୋଜିରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀୟ ଦ୍ରାକ୍ଷାରସ କୋମଳ ସ୍ୱାଦଯୁକ୍ତ ମାଂସ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଦ୍ରବ୍ୟ।


ଆଉ ସେମାନଙ୍କର ମାଂସ, ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହେବ।


ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଟେକିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।


ଯାହା ସେମାନେ ଦୋଳନୀୟ ନୈବେଦ୍ୟ ସହିତ ଉତ୍ତୋଳନୀୟ ଚଟୁଆ ଓ ଟଙ୍ଗାଯାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।”


ମୋଶାଙ୍କ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳନ କଲେ।


ମୁଁ (ସଦାପ୍ରଭୁ) ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟରୁ ବକ୍ଷ ଓ ଚଟୁଆ ନେଇ ଚିରକାଳ ଦେୟ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଇଅଛି।”


ତା'ପରେ ଯାଜକ ଯଜ୍ଞବେଦି ଉପରେ ସେହି ମେଦକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ମାତ୍ର ବକ୍ଷ ହାରୋଣ ଓ ତା'ର ପୁତ୍ରମାନଙ୍କର ହେବ।


ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଳନୀୟ ନୈବେଦ୍ୟ ଆଣିବ। ସେ ବକ୍ଷ ଏବଂ ମେଦ ଆଣି ଯାଜକକୁ ଦେବା ଉଚିତ୍। ସେହି ବକ୍ଷ ତା'ର ଆଗରେ ଉଠାଯାଇ ସଦାପ୍ରଭୁଙ୍କୁ ଉପହାର ଦିଆଯିବ।


ତୁମ୍ଭେମାନେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦେବ।


“ଏହି ହେଉଛି ବ୍ୟବସ୍ଥା, ଯେଉଁ ଲୋକ ବିଶେଷ ନାସରୀୟ ବ୍ରତ କରେ। ସେ ଏହି ନୈବେଦ୍ୟ ଆଣିବ, ଏତଦ୍ ବ୍ୟତିତ ଯଦି ସେ ଅନ୍ୟକିଛି ନେଇପାରିବ, ସେ ନିଶ୍ଚୟ ଯାହା ପ୍ରତିଜ୍ଞା କରିଛି ତାହା କରିବ।”


Swiv nou:

Piblisite


Piblisite