Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:3 - ପବିତ୍ର ବାଇବଲ

3 ତେବେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ୍ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କି ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 6:3
15 Referans Kwoze  

ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ।


ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ।


“କିନ୍ତୁ ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ସେବନ କରାଇଲ। ତୁମ୍ଭ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର ନ କରିବାକୁ କହିଲ।


ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ୟ ପାନ କରିବା ଉଚିତ୍ ନୁହଁ। ସେ କୌଣସି ଅଶୁଚି ଖାଦ୍ୟ ଭୋଜନ କରିବା ଉଚିତ୍ ନୁହଁ। ମୁଁ ତାଙ୍କୁ ଯେଉଁ ଆଜ୍ଞା ଦେଇଅଛି ସେଗୁଡ଼ିକୁ ସେ ପାଳନ କରନ୍ତୁ।”


“ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତେବେଳେ ସମାଗମ-ତମ୍ବୁରେ ପ୍ରବେଶ କରିବ ତୁମ୍ଭେମାନେ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବ ନାହିଁ। ଯଦି ତୁମ୍ଭେମାନେ ତାହା କର ତେବେ ତୁମ୍ଭେମାନେ ମରିବ। ଏହି ବ୍ୟବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ପାଳିତ ହେବ।


ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।


“ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।


ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷା ଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।


ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସ୍ପର୍ଶ କରିବ ନାହିଁ। କୌଣସି ଅଶୁଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହୁଅ।


ତୁମ୍ଭମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଭବିଷ୍ୟ‌ଦ୍‌ବକ୍ତା କରାଇଲୁ ଏବଂ ତୁମ୍ଭର କେତେକ ଯୁବକ ପୁରୁଷମାନଙ୍କୁ ନାସରୀୟ କରାଇଲୁ। ହେ ଇସ୍ରାଏଲୀୟ, ଏହା ସତ୍ୟ” ଏବଂ ସଦାପ୍ରଭୁ ଏହା ହିଁ କହିଥିଲେ।


Swiv nou:

Piblisite


Piblisite