Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:16 - ପବିତ୍ର ବାଇବଲ

16 କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi




ଗଣନା ପୁସ୍ତକ 8:16
6 Referans Kwoze  

“ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ।


“ତୁମ୍ଭେ ସମସ୍ତ ଲେବୀୟ ଏବଂ ତାଙ୍କର ସମସ୍ତ ପଶୁ ଇସ୍ରାଏଲର ପ୍ରଥମଜାତ ଏବଂ ଇସ୍ରାଏଲର ପଶୁମାନଙ୍କ ପ୍ରଥମଜାତ ବଦଳରେ ଗ୍ରହଣ କର। ଆଉ ଲେବୀୟମାନେ ମୋର ହେବେ, ମୁଁ ସଦାପ୍ରଭୁ ଅଟେ।


“ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତରେ ଲେବୀୟମାନଙ୍କୁ ଦେବ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇସ୍ରାଏଲ ଲୋକମାନଙ୍କ ପକ୍ଷରୁ ସେମାନଙ୍କୁ ଦିଆଗଲା।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”


“ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


“ଯେତେବେଳେ ତୁମ୍ଭେମାନେ ମିଶରରେ ଥିଲ, ସେତେବେଳେ ମୁଁ ମିଶରୀୟମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ୟା କରିଥିଲି। ଇସ୍ରାଏଲରେ ସମସ୍ତ ମନୁଷ୍ୟ ଓ ପଶୁର ପ୍ରଥମଜାତକୁ ମୋ’ ପାଇଁ ପବିତ୍ର କଲି। ସେମାନେ ସମସ୍ତେ ମୋର ଅଧିକୃତ। ମୁଁ ସଦାପ୍ରଭୁ ଅଟେ।”


Swiv nou:

Piblisite


Piblisite