Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:13 - ପବିତ୍ର ବାଇବଲ

13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;

Gade chapit la Kopi




ଗଣନା ପୁସ୍ତକ 9:13
24 Referans Kwoze  

ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା'ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”


ଏହି ଲୋକମାନେ ମୋଶାଙ୍କୁ କହିଲେ, “ଶବ ସ୍ପର୍ଶ କରି ଆମ୍ଭେମାନେ ଅଶୁଚି ହୋଇଅଛୁ। ତେଣୁ ସମସ୍ତ ଇସ୍ରାଏଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନ ଯିବ?”


ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।


ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।


ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅ‌ଦ୍‌ଭୂତ


ଲୋକମାନେ ତୁମ୍ଭମାନଙ୍କର ବ୍ୟଭିଗ୍ଭରିତା ପାଇଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବେ ଓ ତୁମ୍ଭେମାନେ ନିଜର ପ୍ରତିମାଗଣ ସମ୍ବନ୍ଧୀୟ ପାପ ସକଳର ଭାର ବହନ କରିବ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଏହା ତୁମ୍ଭେମାନେ ଜାଣିବ।”


ଯଦି କେହି ଶବ ଛୁଇଁ ନିଜକୁ ଶୁଚି ନ କରେ ତେବେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସେହି ମନୁଷ୍ୟ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ। ତା'ର ଅଶୌଚ ତାହାଠାରେ ରହିବ।


ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେ ସ୍ତ୍ରୀ ଅପରାଧ ବହନ କରିବ।”


“ଜଣେ ବ୍ୟକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖିବ, ଏହା କରିବା ଦ୍ୱାରା ସେ ତାଙ୍କର କକାକୁ ଅସମ୍ମାନ ଦେଖାଇବ। ସେହି ସ୍ତ୍ରୀର ଶାରୀରିକ ସମ୍ପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଢ଼ୀ ଅପରାଧ ପାଇଁ ଦଣ୍ଡିତ ହେବେ ଓ ସେମାନେ ନିଃସନ୍ତାନ ହୋଇ ମରିବେ।


“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।


ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।


“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।


ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।


ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅଯୋଗ୍ୟ ବ୍ୟକ୍ତିକୁ ଦିଆଯାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାଯିବ।”


ଯଦି କେହି ଆପଣା ଘ୍ରାଣାର୍ଥେ ସେହିପରି ସୁଗନ୍ଧି ଧୂପ ପ୍ରସ୍ତୁତ କରିବ। ତେବେ ସେ ଆପଣା ଲୋକମାନଙ୍କଠାରୁ ଉଚ୍ଛିନ୍ନ ହେବ।”


ଆଉ ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।


“ମାତ୍ର ଯେଉଁ ଲୋକ ଅଶୁଚି ହୋଇ ନିଜକୁ ପରିଷ୍କାର ନ କରିବ ସେହି ପ୍ରାଣୀ ସମାଜ ମଧ୍ୟରୁ ପୃଥକ୍ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅଶୌଗ୍ଭର୍ଥକ ଜଳ ସେଚିତ ହେଲା ନାହିଁ। ତେଣୁ ସେ ଅଶୁଚି।


Swiv nou:

Piblisite


Piblisite