Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:21 - ପବିତ୍ର ବାଇବଲ

21 ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଗତିକଲା। ତେଣୁ ଇସ୍ରାଏଲ ଲୋକମାନେ ମଧ୍ୟ ଗତି କଲେ। ସେହି ଦିନରେ କିମ୍ବା ରାତିରେ ମେଘ ଗତି କରୁଥିଲା, ଇସ୍ରାଏଲର ଲୋକମାନେ ଯାତ୍ରା ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi




ଗଣନା ପୁସ୍ତକ 9:21
4 Referans Kwoze  

ସେତେବେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ। ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନି ମଶାଲକୁ ସେମାନଙ୍କଠାରୁ ଛଡ଼ାଇ ନେଇ ନାହିଁ।


ତୁମ୍ଭେ ଦିବସରେ ମେଘ ସ୍ତମ୍ଭ ଦ୍ୱାରା, ରାତ୍ରିରେ ସେମାନଙ୍କ ଯିବା ବାଟକୁ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ଗମନ କରାଇଲ।


କେବେ କେବେ ସେହି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସେମାନେ ଛାଉଣି କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ।


ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।


Swiv nou:

Piblisite


Piblisite