Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:22 - ପବିତ୍ର ବାଇବଲ

22 ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

22 ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।

Gade chapit la Kopi




ଗଣନା ପୁସ୍ତକ 9:22
18 Referans Kwoze  

ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।


ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ।


ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ। ତୁମ୍ଭେ ମୋର ପରମେଶ୍ୱର, ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।


ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।


ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।


ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ। ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।


ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।


ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତେବେଳେ ଇସ୍ରାଏଲର ଲୋକମାନେ ଯାତ୍ରା କଲେ, ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲର ଲୋକମାନେ ସେହିଠାରେ ଛାଉଣି ସ୍ଥାପନ କଲେ।


ତେଣୁ ମୋଶା, ହାରୋଣ ଓ ସମସ୍ତ ଇସ୍ରାଏଲର ଲୋକ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ପ୍ରତି କଲେ।


ସଦାପ୍ରଭୁ ମୋଶାଙ୍କୁ ଯେଉଁସବୁ ଆଜ୍ଞା ଦେଇଥିଲେ, ଇସ୍ରାଏଲୀୟମାନେ ସେହିରୂପେ ମାନି କାର୍ଯ୍ୟ କଲେ।


ମୋଶା ସଦାପ୍ରଭୁଙ୍କ ସମସ୍ତ ନିୟମ ମାନି ତାଙ୍କର ଆଜ୍ଞା ଅନୁଯାୟୀ କାର୍ଯ୍ୟମାନ କଲେ।


ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।


ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଗତିକଲା। ତେଣୁ ଇସ୍ରାଏଲ ଲୋକମାନେ ମଧ୍ୟ ଗତି କଲେ। ସେହି ଦିନରେ କିମ୍ବା ରାତିରେ ମେଘ ଗତି କରୁଥିଲା, ଇସ୍ରାଏଲର ଲୋକମାନେ ଯାତ୍ରା ଆରମ୍ଭ କଲେ।


Swiv nou:

Piblisite


Piblisite