Biblia Todo Logo
Bib sou entènèt

- Piblisite -




ଫିଲିପୀୟ 2:2 - ପବିତ୍ର ବାଇବଲ

2 ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,

Gade chapit la Kopi

ଓଡିଆ ବାଇବେଲ

2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତେଣୁ ମୁଁ ତୁମ୍ଭମାନଙ୍କୁ ବିନତି କରେ, ଏକ ଚିନ୍ତାଧାରା ପୋଷଣ କରି, ଏକ ପ୍ରେମର ଅଂଶୀ ହୋଇ ଏବଂ ମନ ଓ ଆତ୍ମାରେ ଏକ ହୋଇ ତୁମ୍ଭେମାନେ ମୋତେ ସମ୍ପୂର୍ଣ୍ଣଭାବେ ସୁଖୀ କରାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,

Gade chapit la Kopi




ଫିଲିପୀୟ 2:2
28 Referans Kwoze  

ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।


ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।


ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ।


ତୁମ୍ଭେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନରେ ମୁଁ ଖୁସୀ ହେବି, କାରଣ ମୁଁ ଜାଣିବି ଯେ ମୋର କାମ ବିଫଳ ହୋଇ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତିଯୋଗିତାରେ ଦୌଡ଼ି ଜିତିଛି।


ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।


ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି।


ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ।


ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।


ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ।


ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି।


ସେ ଆସିବା ଦ୍ୱାରା ଆମ୍ଭେ ସାନ୍ତ୍ୱନା ପାଇଲୁ। କିନ୍ତୁ ତୁମ୍ଭେମାନେ ଦେଇଥିବା ସୁଖ ଦ୍ୱାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତୀତସ କହିଲେ ଯେ ତୁମ୍ଭେମାନେ ମୋତେ ଦେଖିବା ପାଇଁ ବ୍ୟାକୁଳ। ତୁମ୍ଭେମାନେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭେମାନେ ମୋତେ ଅତି ମାତ୍ରାରେ ଗ୍ଭହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହେଲି।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ।


ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।


ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।


କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ।


ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।


ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।


ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ।


ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।


Swiv nou:

Piblisite


Piblisite