Biblia Todo Logo
Bib sou entènèt

- Piblisite -




ଫିଲିପୀୟ 3:16 - ପବିତ୍ର ବାଇବଲ

16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।

Gade chapit la Kopi

ଓଡିଆ ବାଇବେଲ

16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେ ଯାହାହେଉ, ଆଜିଯାଏ ଆମ୍ଭେମାନେ ଯେଉଁ ନିୟମାବଳି ମାନି ଆସିଛୁ, ସେହି ଅନୁଯାୟୀ ଏବେ ଆଗେଇ ଯିବା ଉଚିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।

Gade chapit la Kopi




ଫିଲିପୀୟ 3:16
14 Referans Kwoze  

ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ।


ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।


ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।


ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ।


ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ।


ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର।


ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ।


ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।


ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା?


ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲାବେଳେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ।


Swiv nou:

Piblisite


Piblisite