Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:3 - ପବିତ୍ର ବାଇବଲ

3 ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ୟକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।

Gade chapit la Kopi




ହିତୋପଦେଶ 10:3
23 Referans Kwoze  

ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି। ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।


ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।


ସେମାନଙ୍କର ସୁନାରୂପା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ। ସେହି ସମୟରେ ସଦାପ୍ରଭୁ ଅତ୍ୟନ୍ତ ବିବ୍ରତ ଓ କ୍ରୋଧୀ ହୋଇ ପଡ଼ିବେ। ସଦାପ୍ରଭୁ ସମଗ୍ର ବିଶ୍ୱକୁ ଧ୍ୱଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ୱରେ ସମସ୍ତଙ୍କୁ ବିନାଶ କରିବେ।”


ଯେତେବେଳେ ବିପଦ ଆସେ ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ। ଯେତେବେଳେ ଦୁର୍ଭିକ୍ଷ ପଡ଼ିବ ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।


ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।


ଦୁର୍ଭିକ୍ଷ ସମୟରେ ପରମେଶ୍ୱର ତୁମ୍ଭକୁ ମୃତ୍ୟୁ ମୁଖରୁ ରକ୍ଷା କରି ପାରିବେ। ଯୁଦ୍ଧ ସମୟରେ ତୁମ୍ଭକୁ ‌‌ଖ‌ଡ଼୍‌ଗ ମୁଖରୁ ବଞ୍ଚାଇ ପାରିବେ।


ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।


ସେହି ଲୋକମାନେ ଉଚ୍ଚ ସ୍ଥାନରେ ବାସ କରିବେ। ସେମାନେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗରେ ସୁରକ୍ଷିତ ହେବେ। ସେମାନଙ୍କର ଭକ୍ଷ୍ୟ ଓ ଜଳର ଅଭାବ ରହିବ ନାହିଁ।


ଦୁଷ୍ଟଲୋକ ଆପଣା ମନ୍ଦ କର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।


ପରମେଶ୍ୱରଙ୍କ କୋପର ବନ୍ୟା ତା’ ଘରର ସମସ୍ତ ପଦାର୍ଥକୁ ବୋହି ନେଇଯିବ।


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।


ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।


ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ଜଣେ ଲୋଭି ମନୁଷ୍ୟ କଳହ ସୃଷ୍ଟି କରେ। କିନ୍ତୁ ସେହି ମନୁଷ୍ୟ ଯିଏ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ସେ ଉନ୍ନତି କରିବ।


ସେ ଏଣେତେଣେ ଘୁରିବୁଲେ। କିନ୍ତୁ ତା'ର ଶରୀର ଶେଷରେ ଶାଗୁଣାର ଖାଦ୍ୟ ହୁଏ। ସେ ଜାଣେ ତା'ର ମୃତ୍ୟୁ ନିକଟ ହୋଇ ଆସିଲାଣି।


Swiv nou:

Piblisite


Piblisite