ହିତୋପଦେଶ 22:3 - ପବିତ୍ର ବାଇବଲ3 ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି। Gade chapit laଓଡିଆ ବାଇବେଲ3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି। Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।