Biblia Todo Logo
Bib sou entènèt

- Piblisite -




ଗୀତସଂହିତା 10:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ? ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?

Gade chapit la Kopi




ଗୀତସଂହିତା 10:1
13 Referans Kwoze  

ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ? ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ? ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।


ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।


ହେ ପରମେଶ୍ୱର, ତୁମ୍ଭେ ଇସ୍ରାଏଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ୟ ହେଉଅଛ।


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ? ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ? ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?


ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ, ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ, ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।


ହେ ପରମେଶ୍ୱର, ତୁମ୍ଭେ କାହିଁକି ମୋ'ଠାରୁ ଦୂରେଇ ଯାଉଛ ଏବଂ ଶତ୍ରୁଭଳି ବ୍ୟବହାର କରୁଛ?


କିନ୍ତୁ ଯଦି ପରମେଶ୍ୱର ସ୍ଥିର କରନ୍ତି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ। ତା'ହେଲେ କେହି ପରମେଶ୍ୱରଙ୍କୁ ଦୋଷ ଦେଇ ପାରିବ ନାହିଁ। ଯଦି ପରମେଶ୍ୱର ଲୋକଙ୍କଠାରୁ ନିଜକୁ ଲୁଚେଇ ରଖନ୍ତି, କେହି ତାଙ୍କୁ ଖୋଜି ପାଇବ ନାହିଁ। ପରମେଶ୍ୱର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।


ଯେତେବେଳେ ପରମେଶ୍ୱର ଉତ୍ତରରେ କାମ କରୁଛନ୍ତି, ମୁଁ ଯଦି ସେଠାରେ ତାଙ୍କୁ ଦେଖି ପାରୁ ନାହିଁ। ପରମେଶ୍ୱର ଯଦି ଦକ୍ଷିଣକୁ ଯାଆନ୍ତି ମୁଁ ତଥାପି ତାଙ୍କୁ ଦେଖେ ନାହିଁ।


ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।


ତୁମ୍ଭେ ଜଣେ ଦ୍ୱନ୍ଦରେ ପଡ଼ିଥିବା ମନୁଷ୍ୟ ତୁଲ୍ୟ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ। ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


Swiv nou:

Piblisite


Piblisite