Biblia Todo Logo
Bib sou entènèt

- Piblisite -




ଗୀତସଂହିତା 103:1 - ପବିତ୍ର ବାଇବଲ

1 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi




ଗୀତସଂହିତା 103:1
19 Referans Kwoze  

ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”


ତାହାହେଲେ ମୋର କ’ଣ କରିବା ଉଚିତ୍? ମୁଁ ମୋହର ଆତ୍ମା ଦ୍ୱାରା ପ୍ରାର୍ଥନା କରିବି ଓ ବୁଦ୍ଧିଦ୍ୱାରା ମଧ୍ୟ ପ୍ରାର୍ଥନା କରିବି। ପୁଣି ଆତ୍ମାଦ୍ୱାରା ସ୍ତୁତିଗାନ କରିବି ଓ ବୁଦ୍ଧିସହ ମଧ୍ୟ ସ୍ତୁତିଗାନ କରିବି।


ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।


ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।


ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।


ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ। ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।


ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତେଣୁ ତାଙ୍କର ମହିମା ଗାନ କର।


ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ: ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ;


ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।


ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା।


ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ: “ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର। ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”


ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।


ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।


Swiv nou:

Piblisite


Piblisite