Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:12 - ପବିତ୍ର ବାଇବଲ

12 ମୁଁ ଆଶା କରେ ସେମାନଙ୍କୁ କେହି ଦୟା ନ କରନ୍ତୁ। ତାଙ୍କର ପିଲାମାନଙ୍କୁ କେହି ଦୟା ନ ଦେଖାନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।

Gade chapit la Kopi

ଓଡିଆ ବାଇବେଲ

12 ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।

Gade chapit la Kopi




ଗୀତସଂହିତା 109:12
9 Referans Kwoze  

ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।


ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”


ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”


ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ସେହି ସୈନ୍ୟମାନେ ବାବିଲ ଆକ୍ରମଣ କରି ତା'ର ଯୁବକମାନଙ୍କୁ ହତ୍ୟା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସେମାନେ ଦୟା ଦେଖାଇବେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନଷ୍ଟ କରିବେ।


ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।


ତା'ର ସନ୍ତାନମାନଙ୍କୁ ସାହାଯ୍ୟ କରିବାକୁ କେହି ନ ଥିଲେ। ସେମାନଙ୍କୁ ଦରବାରରେ କେହି ପକ୍ଷସମର୍ଥନ କଲେ ନାହିଁ।


Swiv nou:

Piblisite


Piblisite