Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:13 - ପବିତ୍ର ବାଇବଲ

13 ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

13 ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।

Gade chapit la Kopi




ଗୀତସଂହିତା 109:13
17 Referans Kwoze  

ଧାର୍ମିକ ଲୋକମାନେ ଆଦର ସହକାରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ୟକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।


ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।


ତା'ର କୌଣସି ସନ୍ତାନସନ୍ତତି ଓ ନାତି ନାତୁଣୀ ହେବ ନାହିଁ। ତା’ ପରିବାରର କେହି ଗୃହରେ ବାସ କରିବା ନିମନ୍ତେ ରହିବେ ନାହିଁ।


ସଦାପ୍ରଭୁ କହନ୍ତି, “କନିୟ ବିଷୟରେ ଏହି କଥା ଲେଖ, ‘ସେ ନିଃସନ୍ତାନ ହେବ। ସେ ନିଜ ଜୀବନକାଳ ମଧ୍ୟରେ ଭାଗ୍ୟବାନ୍ ହେବ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନରେ ବସିବ ନାହିଁ, କି ଯିହୁଦା ଉପରେ ଆପଣା ଶାସନ କର୍ତ୍ତୃତ୍ୱ କରି ଭାଗ୍ୟବାନ୍ ହେବ ନାହିଁ।’”


ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।


ମୁଁ ତାକୁ କହିଅଛି ଯେ, ମୁଁ ଚିରଦିନ ତା'ର ବଂଶକୁ ଦଣ୍ତ ଦେବି, ଯେହେତୁ ତା'ର ଅପରାଧ ତାକୁ ଜଣା ଅଛି। ସେ ଜାଣିଲା ଯେ, ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କରୁଛନ୍ତି ଓ କହୁଛନ୍ତି। ତଥାପି ଏଲି ତା'ର ପୁତ୍ରମାନଙ୍କୁ ନିୟନ୍ତ୍ରଣ କଲା ନାହିଁ।


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତ‌‌‌‌ତ୍‌‌‌‌କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।


ଏଥିପାଇଁ ତୁମ୍ଭେମାନେ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବ। ତୁମ୍ଭେମାନେ ଏପରି କରିବ ଯେତେବେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶରେ ପ୍ରବେଶ କରିବ। ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରୁ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବାକୁ ପଡ଼ିବ।


ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’


ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇଯିବ, ଯେହେତୁ ତାଙ୍କର କୌଣସି ପୁତ୍ର ନ ଥିଲେ। ତେଣୁ ଆମ୍ଭ ପିତୃବଂଶୀୟ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।”


ସିମ୍ରି ରାଜା ହେଲା ପରେ ସେ ବାଶାଙ୍କର ସମୁଦାୟ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ୟା କଲେ। ଏପରିକି ଜଣେ ପୁରୁଷକୁ ସେ ଛାଡ଼ିଲେ ନାହିଁ।


ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମ‌ନ୍‌ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ। ମାତ୍ର ଲୁଟ କରିବାକୁ ସେମାନେ ଇଚ୍ଛା କଲେ ନାହିଁ।


ଏ ପୃଥିବୀର ମଣିଷ ତାକୁ ମନେ ରଖିବେ ନାହିଁ। ତାକୁ ଆଉ କେହି ମନେ ରଖିବେ ନାହିଁ।


କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।


Swiv nou:

Piblisite


Piblisite