Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:16 - ପବିତ୍ର ବାଇବଲ

16 କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ୟାଗ୍ଭର କରୁଥିଲେ ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ, ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।

Gade chapit la Kopi

ଓଡିଆ ବାଇବେଲ

16 ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।

Gade chapit la Kopi




ଗୀତସଂହିତା 109:16
16 Referans Kwoze  

ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସେମାନଙ୍କୁ ଉଦ୍ଧାର କରନ୍ତି।


ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।


ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ଓ ତୀର ଧରି ବାହାରି ପଡ଼ନ୍ତି। ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି। ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।


ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।


ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।


ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।


ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଆମ୍ଭର ସାନ ଭାଇ ଯୋଷେଫକୁ ହତ୍ୟା କରିଥିବାରୁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ। ଆମ୍ଭେମାନେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁରୋଧ କରିଥିଲା। କିନ୍ତୁ ଆମ୍ଭେ ତା’ ପ୍ରତି କର୍ଣ୍ଣପାତ କରି ନ ଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦରେ ପଡ଼ିଅଛୁ।”


Swiv nou:

Piblisite


Piblisite