Biblia Todo Logo
Bib sou entènèt

- Piblisite -




ଗୀତସଂହିତା 11:5 - ପବିତ୍ର ବାଇବଲ

5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ।

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

Gade chapit la Kopi




ଗୀତସଂହିତା 11:5
19 Referans Kwoze  

ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।


ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି।


ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।


ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ ମୋର ହୃଦୟ ଓ ମନକୁ ପରିଷ୍କାର କର।


ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର। ହେ ପରମେଶ୍ୱର, ତୁମ୍ଭେ ଅତ୍ୟନ୍ତ ମହାନ ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।


ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!”


ହେ ପରମେଶ୍ୱର, ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।


ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ।


ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ। ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।


ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ। ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।


ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।


ଅଗ୍ନିରେ ରୂପା ବିଶୁଦ୍ଧ ହେଲାପରି ସେ ଲେବୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରୌପ୍ୟ ସଦୃଶ ସେମାନଙ୍କୁ ଶୁଦ୍ଧ କରିବ। ତା'ପରେ ସେମାନେ ସଦାପ୍ରଭୁଙ୍କ ପାଇଁ ଉପଯୁକ୍ତ ନୈବେଦ୍ୟ ଆଣିବେ।


ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।


ତେଣୁ ହେ ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସେମାନଙ୍କ ବିଷୟରେ ମୋର ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସେମାନଙ୍କ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମୋତେ ଦେଖାଅ।


Swiv nou:

Piblisite


Piblisite