ଗୀତସଂହିତା 110:2 - ପବିତ୍ର ବାଇବଲ2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ, ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ତ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ଵ କର। Gade chapit laଓଡିଆ ବାଇବେଲ2 “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।