Biblia Todo Logo
Bib sou entènèt

- Piblisite -




ଗୀତସଂହିତା 114:1 - ପବିତ୍ର ବାଇବଲ

1 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ, ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;

Gade chapit la Kopi

ଓଡିଆ ବାଇବେଲ

1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;

Gade chapit la Kopi




ଗୀତସଂହିତା 114:1
10 Referans Kwoze  

ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ। ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ, ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।


ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ।


ଯୋଷେଫ ସେମାନଙ୍କ ସହିତ ବ୍ୟାଖ୍ୟାକାର ମାଧ୍ୟମରେ କଥାବାର୍ତ୍ତା କରୁଥିଲେ। ଯୋଷେଫ ସେମାନଙ୍କ କଥା ବୁଝି ପାରୁଥିଲେ ବୋଲି ସେମାନେ ଜାଣି ପାରି ନ ଥିଲେ।


ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।


“ଆବୀବ ମାସର ପର୍ବକୁ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସମ୍ମାନ ଦେବା ପାଇଁ ନିସ୍ତାରପର୍ବ ପାଳନ କର। କାରଣ ଆବୀବ ମାସରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ରାତ୍ରିକାଳରେ ମିଶରରୁ ବାହାର କରି ଆଣିଲେ।


ତା'ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।


“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।


ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।


ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ। ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।


Swiv nou:

Piblisite


Piblisite