Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:13 - ପବିତ୍ର ବାଇବଲ

13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍‍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।

Gade chapit la Kopi




ଗୀତସଂହିତା 118:13
11 Referans Kwoze  

ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ। ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।


ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ। ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ। ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।


ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାରରେ ଥିଲେ ମଧ୍ୟ ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ।


ଯଦି ଜଣେ ବ୍ୟକ୍ତି ତୁମ୍ଭକୁ ତାଡ଼ନା କରିବାକୁ ଓ ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀ ଖୋଲରୁ ପଥର ଫିଙ୍ଗି ଦେଲାପରି ଫିଙ୍ଗି ଦେବ।


ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।


କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା'ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”


ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି। କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।


Swiv nou:

Piblisite


Piblisite