Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:19 - ପବିତ୍ର ବାଇବଲ

19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

Gade chapit la Kopi

ଓଡିଆ ବାଇବେଲ

19 ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

Gade chapit la Kopi




ଗୀତସଂହିତା 118:19
10 Referans Kwoze  

ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।


“ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ।


ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ। ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।


ମାତ୍ର ହିଜକିୟ ଯିଶାଇୟଙ୍କୁ ପ୍ରଶ୍ନ କଲେ, “ମୁଁ ଭଲ ହେବି, ସଦାପ୍ରଭୁ କି ସଙ୍କେତ ଦ୍ୱାରା ପ୍ରମାଣ କରିବେ? ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯିବି କେଉଁ ସଙ୍କେତ ଦ୍ୱାରା ପ୍ରମାଣିତ ହେବ?”


ତେଣୁ ମୁଁ କହିବି, “ସଦାପ୍ରଭୁ ମୋତେ ପରିତ୍ରାଣ କଲେ। ତେଣୁ ଆମ୍ଭେମାନେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିରରେ ତାରଯୁକ୍ତ ଯନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।”


ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।


ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।


Swiv nou:

Piblisite


Piblisite