Biblia Todo Logo
Bib sou entènèt

- Piblisite -




ଗୀତସଂହିତା 128:1 - ପବିତ୍ର ବାଇବଲ

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

Gade chapit la Kopi




ଗୀତସଂହିତା 128:1
24 Referans Kwoze  

ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!


ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି, ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,


ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।


ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।


ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।


ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି, ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।


ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।


ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ।


ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।


କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି, ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।


ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। ସେମାନେ କେବେ ମଧ୍ୟ ଥରିବେ ନାହିଁ। ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।


ମୁଁ ଆପଣା ବିପଦ ସମୟରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମୋତେ ଉତ୍ତର ଦେଲେ।


ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ, କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?


ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା? ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।


ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।


ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।


ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?


ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।


ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ, “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”


“ତୁମ୍ଭେମାନେ ଏହି ନଗରରେ ଆଶୀର୍ବାଦ ପ୍ରାପ୍ତ ହେବ ଓ କ୍ଷେତ୍ରରେ ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହେବ।


କାରଣ ମୁଁ ସଦାପ୍ରଭୁଙ୍କ ଆଦେଶ ପାଳନ କରେ। ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ନ ଥିଲି।


Swiv nou:

Piblisite


Piblisite