Biblia Todo Logo
Bib sou entènèt

- Piblisite -




ଗୀତସଂହିତା 13:4 - ପବିତ୍ର ବାଇବଲ

4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

Gade chapit la Kopi

ଓଡିଆ ବାଇବେଲ

4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

Gade chapit la Kopi




ଗୀତସଂହିତା 13:4
17 Referans Kwoze  

ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କେବେ ନିରାଶ ହେବି ନାହିଁ। ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


କୁପଥ ଦ୍ୱାରା କେହି ସୁରକ୍ଷିତ ହେବ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦରେ ରହିବେ।


ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।


“ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ। ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”


କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”


“ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ'ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”


ସେହି ଲୋକ କଦାପି ବିଚଳିତ ହେବ ନାହିଁ। ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।


ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।


ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ, ତହିଁରେ ସେ ତୁମ୍ଭର ଯତ୍ନ ନେବେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।


ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।” ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”


ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ। ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।


ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି। ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।


“ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସିତ ଅବସ୍ଥାରେ ଆମ୍ଭମାନଙ୍କୁ ନିଶ୍ଚିତ ଆଶ୍ୱାସନା ଦେବେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।


Swiv nou:

Piblisite


Piblisite