Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:7 - ପବିତ୍ର ବାଇବଲ

7 ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

Gade chapit la Kopi




ଗୀତସଂହିତା 135:7
15 Referans Kwoze  

ପରମେଶ୍ୱର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।


ବସନ୍ତ ଋତୁରେ ବର୍ଷା ହେବା ପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କେବଳ ବିଦ୍ୟୁତ୍ ପ୍ରେରଣ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରତ୍ୟେକଙ୍କୁ କ୍ଷେତର ଘାସ ପ୍ରଦାନ କରନ୍ତି।


ଯେତେବେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତେବେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାୟୁ ପ୍ରବାହ କରନ୍ତି।


ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”


ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ, ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।


କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡ଼ି ସେହି ସମୁଦ୍ରକୁ ପ୍ରେରଣ କଲେ। ସେହି ବାତ୍ୟା ସମୁଦ୍ରକୁ ଅଶାନ୍ତ କରି ଦେଲା। ସେହି ଝଡ଼ ଅତି ଶକ୍ତିଶାଳୀ ଥିଲା ଏବଂ ନୌକାଟି ଭାଙ୍ଗି ଖଣ୍ତ ଖଣ୍ତ ହେବାକୁ ବସିଲା।


ମିଥ୍ୟା ଦେବତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ। ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା। ଆମ୍ଭେ ତୁମ୍ଭର ଅପେକ୍ଷାରେ ରହିବୁ। କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।”


ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା। ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।


ପରମେଶ୍ୱର ପୃଥିବୀରେ ବର୍ଷା କରାନ୍ତି ଓ ଶସ୍ୟକ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।


ଅନାବୃଷ୍ଟିର ତୃତୀୟ ବର୍ଷରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ତୁମ୍ଭେ ଯାଇ ରାଜା ଆହାବଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।”


ପରମେଶ୍ୱର ଆକାଶରେ ପୂର୍ବୀୟବାୟୁ ବୁହାଇଲେ ଓ ସେ ତାଙ୍କର ଶକ୍ତି ଦ୍ୱାରା ଦକ୍ଷିଣବାୟୁ ଆଣିଲେ।


Swiv nou:

Piblisite


Piblisite