Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ। ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।

Gade chapit la Kopi




ଗୀତସଂହିତା 139:1
15 Referans Kwoze  

ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।


ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି। ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।


ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼। ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।


ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ। ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।


“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।


ତୁମ୍ଭେ ଆପଣାର ବାସସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ କ୍ଷମା କର ଏବଂ ସାହାଯ୍ୟ କର। କେବଳ ତୁମ୍ଭେ ଜାଣ ଲୋକମାନେ କ’ଣ ଚିନ୍ତା କରୁଛନ୍ତି। ତେଣୁ ସେଇ ଅନୁସାରେ ପ୍ରତ୍ୟେକ ବ୍ୟକ୍ତିର ବିଗ୍ଭର କର ଏବଂ ତୁମ୍ଭ ବିଗ୍ଭରରେ ସାଧୁତା ଦେଖାଅ।


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ପୁଣି ତୃତୀୟ ଥର ସେ ତାହାଙ୍କୁ ପଗ୍ଭରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ ମୋତେ ପ୍ରେମ କର କି?” ପିତର ଦୁଃଖିତ ହେଲେ, ଯେହେତୁ ଯୀଶୁ ତାହାଙ୍କୁ ତିନିଥର ସେହି କଥା ପଗ୍ଭରିଲେ, “ମୋତେ ପ୍ରେମ କର କି?” ପିତର କହିଲେ, “ପ୍ରଭୁ, ଆପଣ ସବୁ ଜାଣିଛନ୍ତି। ମୁଁ ଆପଣଙ୍କୁ ପ୍ରେମ କରେ ବୋଲି ଆପଣ ଜାଣନ୍ତି।” ଯୀଶୁ ପିତରଙ୍କୁ କହିଲେ, “ମୋ’ ମେଷମାନଙ୍କୁ ଚରାଅ।


“ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:


ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ।


ମାତ୍ର କେତେବେଳେ ତୁମ୍ଭର ବସିବାର, ବାହାରକୁ ଯିବାର ଭିତରକୁ ଆସିବାର ଓ ମୋ’ ସହିତ ତୁମ୍ଭ ଧୈର୍ଯ୍ୟଚ୍ୟୁତ ହେବାର ଆମ୍ଭେ ଜାଣୁ।


ମୁଁ ଆଉ ଅଧିକ କ’ଣ ବା କହିବି? ତୁମ୍ଭେ ମୋ’ ନିମନ୍ତେ ବହୁତ ମହାନ କାର୍ଯ୍ୟମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କେବଳ ତୁମ୍ଭର ଜଣେ ଦାସ ମାତ୍ର ଅଟେ।


Swiv nou:

Piblisite


Piblisite