Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:18 - ପବିତ୍ର ବାଇବଲ

18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ, କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।

Gade chapit la Kopi

ଓଡିଆ ବାଇବେଲ

18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।

Gade chapit la Kopi




ଗୀତସଂହିତା 139:18
11 Referans Kwoze  

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।


ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ। ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।


ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ। କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।


ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି। ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।


ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସେମାନଙ୍କ ମଧ୍ୟରୁ ଅନେକ ଜାଗି ଉଠିବେ। କେତେକ ଅନନ୍ତ ଜୀବନ, କେତେକ ଲଜ୍ଜା ଓ କେତେକ ଚିର ଅପମାନ ଭୋଗ ପାଇଁ ଉଠିବେ।


ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”


ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେମାନେ ଅନେକ ଯାହାକି ଗଣିବା କଷ୍ଟକର। ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ। ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।


Swiv nou:

Piblisite


Piblisite