Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:19 - ପବିତ୍ର ବାଇବଲ

19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର। ହେ ହତ୍ୟାକାରୀଗଣ, ମୋ'ଠାରୁ ତୁମ୍ଭେ ଦୂରେଇ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।

Gade chapit la Kopi

ଓଡିଆ ବାଇବେଲ

19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।

Gade chapit la Kopi




ଗୀତସଂହିତା 139:19
12 Referans Kwoze  

ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।


ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।


ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ, ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।


ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।


କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ ଏବଂ ଦୁଷ୍ଟମାନେ ଆଘାତ ହେବେ।


ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି! ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।


ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ମନ୍ଦ ଲୋକ ଅଟନ୍ତି। ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।


“ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।


ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’


ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି। ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ। କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।


Swiv nou:

Piblisite


Piblisite