Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:4 - ପବିତ୍ର ବାଇବଲ

4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ, ମୁଁ କ’ଣ କହିବାକୁ ଯାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ।

Gade chapit la Kopi




ଗୀତସଂହିତା 139:4
13 Referans Kwoze  

ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’ ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।


ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା'ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ।


ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।”


“ତୁମ୍ଭେ କେତେକାଳ ଏହିପରି କଥା କହିବ? ତୁମ୍ଭର କଥାସବୁ ପ୍ରବଳ ବାୟୁ ତୁଲ୍ୟ ଅଟେ।


“କିଏ ଏହି ଅଜ୍ଞାନୀ ବ୍ୟକ୍ତି ଯିଏ କି ଏଭଳି ନିର୍ବୋଧ କଥା କହୁଛି?


“ସେହି ଦିନ ଆମ୍ଭେ ଗୋଟିଏ ପ୍ରଦୀପ ନେଇ ଯିରୁଶାଲମ ମଧ୍ୟରେ ଖୋଜିବା। ଓ ସେହି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସେମାନଙ୍କ ଶୈଳୀରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସେହି ଲୋକମାନେ କୁହନ୍ତୁ, ‘ସଦାପ୍ରଭୁ କାହାରିକୁ ସାହାଯ୍ୟ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।’ ଆମ୍ଭେ ସେମାନଙ୍କୁ ଖୋଜି ବାହାର କରିବା ଓ ଦଣ୍ତ ଦେବା।


Swiv nou:

Piblisite


Piblisite