Biblia Todo Logo
Bib sou entènèt

- Piblisite -




ଗୀତସଂହିତା 14:5 - ପବିତ୍ର ବାଇବଲ

5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି? କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

Gade chapit la Kopi




ଗୀତସଂହିତା 14:5
19 Referans Kwoze  

ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।


ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।


ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି। ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି। ସେଲା


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ। କାହିଁକି ଏହା ଘଟିବ। କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।


ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।


କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ। ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ। ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ପରମେଶ୍ୱର ସେହି ନଗରୀରେ ବାସ କରନ୍ତି। ଏହା କେବେ ବି ଧ୍ୱଂସ ପାଇବ ନାହିଁ। ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।


ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା।


ସେହି ସମସ୍ତ ଲୋକମାନେ ଭୟଭୀତ ହେବେ। ତୁମ୍ଭ ବାହୁର ଶକ୍ତି ଦ୍ୱାରା ସେମାନେ ପଥର ପରି ନିଶ୍ଚଳ ହେବେ, ଯେପର୍ଯ୍ୟନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଗ୍ଭଲି ଯାଇ ନାହାନ୍ତି।


ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।


ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ।


Swiv nou:

Piblisite


Piblisite